Sanda Degree College Sanda Parjang Dhenkanal

Sanda Degree College Sanda Parjang Dhenkanal Sanda college +2 and +3 all stream admission

01/01/2023
04/06/2021

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ

ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ

ତା.୦୪.୦୬.୨୦୨୧

ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା ।

ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।

ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

09/02/2021

+2 1st yr Arts/Sc./Com ର ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଅବଗତ କରାଯାଉଛି କି ସରକାର ଙ୍କ ସମସ୍ତ covid guideline କୁ ମାନି ତା-08.02.2021ରିଖ ଠାରୁ ସକାଳ ଘ.8.30ମି ରୁ କ୍ଲାସ ଆରମ୍ଭ ହୋଇଛି.
ବି.ଦ୍ର.-ସମସ୍ତେ mask ପିନ୍ଧି କଲେଜ କୁ ଆସିବେ.
ଧନ୍ୟବାଦ
Sanda College,Sanda

+2 exam postponed until new schedule
19/03/2020

+2 exam postponed until new schedule

28/06/2019

Provisional Result Of +3 6th Semester (BA, B.Com, B.Sc) Regular CBCS EXAM-2019 (2016 Admission Batch)

03/06/2019

Provisional Result Of +3 5th Semester (BA, B.Com, B.Sc) Regular CBCS EXAM-2018 (2016 Admission Batch)

Revised Examination Schedule Of +3 4th Semester (Regular & Back) CBCS Examinatin 2019
26/05/2019

Revised Examination Schedule Of +3 4th Semester (Regular & Back) CBCS Examinatin 2019

Exam. Postponed due to cyclone
02/05/2019

Exam. Postponed due to cyclone

Address

Sanda Regional College
Dhenkanal
759019

Opening Hours

Monday 10am - 4pm
Tuesday 10am - 4pm
Wednesday 10am - 4pm
Thursday 10am - 4pm
Friday 10am - 4pm
Saturday 10am - 1pm

Telephone

9437331825

Alerts

Be the first to know and let us send you an email when Sanda Degree College Sanda Parjang Dhenkanal posts news and promotions. Your email address will not be used for any other purpose, and you can unsubscribe at any time.

Share